ରାଜ୍ୟରେ ଆଉ ୨୫୧ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୮୬୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ଖୋର୍ଦ୍ଧାରୁ ୩୩ ଜଣ, ଗଜପତିରୁ ୨୬ ଜଣ, ଅନୁଗୁଳରୁ ୨୫ ଜଣ, ସମ୍ବଲପୁରରୁ ୨୩ ଜଣ, ଯାଜପୁରରୁ ୨୧ ଜଣ, କେନ୍ଦୁଝରରୁ ୨୦ ଜଣ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ ଲେଖାଏଁ, ବାଲେଶ୍ବରରୁ ୮ ଜଣ, ଗଞ୍ଜାମଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଁଏ, ବୌଦ୍ଧରୁ ୪ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ବଲାଙ୍ଗୀର, କଟକ,କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ, କଳାହାଣ୍ଡି, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୮ ଜଣ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୮୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୨୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୨୯୨୨ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor