କାଉଣ୍ଟିଂ ଅପଡେଟ: ୩୦୦ ଡେଇଁଲା ବିଜେଡି

ଭୁବନେଶ୍ୱର: ଆଜି ପଞ୍ଚାତ ଭୋଟ ଗଣତିର ଦ୍ୱିତୀୟ ଦିନ । ତେବେ ବର୍ତ୍ତମାନର ଟ୍ରେଣ୍ଡିଂ ଅନୁସାରେ ସକାଳ ୧୦.୪୭ ସୁଦ୍ଧା ବିଜେଡି-୩୦୭, ବିଜେପି-୧୭, କଂଗ୍ରସ ୧୭ ଓ ଅନ୍ୟ ୦୫ ଅଛି ।
ତେବେ ମୟୂରଭଂଜରୁ ମାଲକାନଗିରି । ପୁରୀରୁ ନୂଆପଡ଼ା । ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ଶଙ୍ଖନାଦ । ଦୁଇ ବିରୋଧୀ ବିଜେପି ଓ କଂଗ୍ରେସଠୁ ବହୁ ଆଗରେ ବିଜେଡି । ପ୍ରଥମ ଦିନ ପଞ୍ଚାୟତ ଭୋଟ୍ ଗଣତିରୁ ଯେଉଁ ସଂଖ୍ୟା ଆସୁଛି ତାହା ଶାସକ ବିଜେଡି ପାଇଁ ସୁନାମି ସଦୃଶ ହୋଇଛି । ପ୍ରଥମ ଦିନର ଭୋଟ ଗଣତିରେ ବିଜେଡିକୁ ମିଳିଛି ବିପୁଳ ସଫଳତା । ଭୋଟରଙ୍କ ଭରସା ସାଜିଛି ବିଜୁ ଜନତା ଦଳ । ମିଛ ପ୍ରତିଶ୍ରୁତି କି ମନଗଢ଼ା କାହାଣୀ ନୁହେଁ ସ୍ୱଚ୍ଛ ଶାସନକୁ ଭରସା କରିଛନ୍ତି ଭୋଟର । ପଞ୍ଚାୟତ ନିର୍ବାଚନରେ ବିଜେଡି ଭଲ ପ୍ରଦର୍ଶନ କରିବ ବୋଲି ସଙ୍କେତ ମିଳୁଥିଲା । କିନ୍ତୁ ବିଜେପି ଓ କଂଗ୍ରେସକୁ ଏତେ ପଛରେ ପକାଇ ଦେବ ବୋଲି ବୋଧହୁଏ କେହି ଭାବି ନଥିଲେ ।
Powered by Froala Editor