ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳିବ ୫ କେ.ଜି ଅଧିକ ଚାଉଳ

ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ ମାସରୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମେ’ ମାସରୁ ଅତିରିକ୍ତ ୫କିଲୋ ଚାଉଳ ମାଗଣାରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ହିତାଧିକାରୀମାନେ ମେ’ ଓ ଜୁନ୍ ମାସରେ ମାଗଣାରେ ମାସିକ ଅତିରିକ୍ତ ୫କିଲୋ ଚାଉଳ ପାଇବେ। ଏହାଦ୍ୱାରା ପ୍ରାୟ ୧୨ଲକ୍ଷ ହିତାଧିକାରୀ ଉପକୃତ ହେବେ ଓ ଏବାବଦ ଅର୍ଥ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଜାତୀୟ ଖାଦ୍ୟ ସୁରକ୍ଷା ଅଧିକାର ଅନ୍ତର୍ଗତ ହିତାଧିକାରୀଙ୍କୁ ମାଗଣାରେ ଅତିରିକ୍ତ ୫କିଲୋ ଚାଉଳ ଦେବା ନିମନ୍ତେ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିଲେ।
Powered by Froala Editor