ଖୋଲିବ ସ୍କୁଲ,ସପ୍ତାହ ସାରା ପାଠ ପଢ଼ାଯିବ ନାହିଁ :ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: ସୋମବାର ଠାରୁ ରାଜ୍ୟରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ। ତେବେ ସପ୍ତାହ ସାରା କେବଳ ଆକ୍ଟିଭିଟି କରାଯିବ, ପାଠ ପଢ଼ାଯିବ ନାହିଁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ରାଜ୍ୟରେ ଖସିଛି କରୋନା ଗ୍ରାଫ୍। ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ତେଣୁ ରାଜ୍ୟରେ ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ସମୀକ୍ଷା ବୈଠକ ବସିଥିଲା। ଏହି ବୈଠକରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି ।
ଗଣଶିକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପିଲାମାନେ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାଁନ୍ତି । ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ମିଶ୍ରଣ କରାଯିବ। ଯାହାଫଳରେ ପିଲାମାନେ ପଛେଇ ଯିବେ ନାହିଁ । ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେଟ ହୋଲ୍ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।
Powered by Froala Editor