ଦେଶରେ ୮୦୧୩ ନୂଆ ସଂକ୍ରମିତ, ୧୧୯ ମୃତ
ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ଗ୍ରାଫ । ଦିନକୁ ଦିନ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କୋରୋନା ସଂକ୍ରମିତଙ୍କ ସଂଖ୍ୟା । ୪ ଲକ୍ଷ ସଂକ୍ରମଣ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଏବଂ ଏବେ ୧୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୮,୦୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୧୦,୨୭୩ ଥିଲା ।
ସଂକ୍ରମଣ ସହ ତାଳ ଦେଇ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଛି । ଦେଶରେ ଦିନକରେ ୧୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬,୭୬୫ ଜଣ ସୁସ୍ଥ ହୋଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ୧,୦୨,୬୦୧ଟି ସକ୍ରିୟ ମାମଲା ରହିଛି । ଦୈନିକ ପଜିଟିଭ ହାର ଏବେ ୧.୧୧ ପ୍ରତିଶତରେ ପହଞ୍ଚିଛି । ଏଯାବତ୍ ଭାରତରେ ମୋଟ ୪,୨୩,୦୭,୬୮୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ୫,୧୩,୮୪୩ ଜଣଙ୍କ କୋରୋନାରେ ମୃତ୍ୟୁ ଘଟିଛି । ସେହିପରି ସମୁଦାୟ ୧,୭୭,୫୦,୮୬,୩୩୫ କୋଟି ଡୋଜ୍ ଟୀକାକରଣ କରାଯାଇଛି ।
Powered by Froala Editor