ରାଜ୍ୟରେ ଆଉ ୭ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୭୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଆଉ ବାକି କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୦୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୩୦୪ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor