ରାଜ୍ୟରେ ପୁଣି ୧୧ ମୃତ

ଭୁବନେଶ୍ଵର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ଖବର ସାମାନାକୁ ଆସିଛି । ତାହା ହେଲା ୧୧ ମୁଣ୍ଡ ନେଇଛି ମହାମାରୀ ଭୂତାଣୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪ କୁ ବୃଦ୍ଧି ପାଇଛି। ୨୪ ଘଣ୍ଟା ମଧ୍ୟରେ ପଜିଟିଭ୍ ସଂଖ୍ୟା ୧୦ ହଜାର ୪୧୩କୁ ବୃଦ୍ଧି ହୋଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୫୪ ହଜାର ୬୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୭ ହଜାର ୦୮୬ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୮୫ ହଜାର ୪୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
Powered by Froala Editor