ଆଜି ରାଜ୍ୟରେ ୬ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟାରେ ମଧ୍ୟ ସେହି ସମାନ ସ୍ଥିତି ଦେଖିବାକୁ ମିଳିଛି । ଆଜି ରାଜ୍ୟରେ ୧୨୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୬ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୬ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ଜଣ ରହିଛନ୍ତି । ସେହିପରି କଟକ ଏବଂ କେନ୍ଦ୍ରାପଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି ।
ଏହାକୁ ମିଶଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୯ହଜାର ୦୮୫କୁ ବୃଦ୍ଧି ପାଇଛି । ଏହା ସହିତ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୩୩୦ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୭୪ହଜାର ୭୫୬ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ରହିଛି ୧ହଜାର ୭୧୫ ।
Powered by Froala Editor