ଆଜି ରାଜ୍ୟରେ ୧୪୫କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଗତକାଲି ରାଜ୍ୟରେ ୧୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଗତ ୨୪ଘଣ୍ଟାରେ ରାଜ୍ୟରେ ୧୪୫କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୪ଜଣ ରହିଥିବାବେଳେ ୬୧ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, ଅନୁଗୁଳରୁ ୫, କଟକରୁ ୪, ବାଲେଶ୍ୱରରୁ ୧୨, ଭଦ୍ରକରୁ ୧, ବଲାଙ୍ଗୀରରୁ ୨, ବୌଦ୍ଧରୁ ୪, ଦେବଗଡରୁ ୧, ଗଜପତିରୁ ୧୬, ଗଞ୍ଜାମରୁ ୬, ଯାଜପୁରରୁ ୪, ଜଗତସିଂହପୁରରୁ ୧, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୩, କେରାପୁଟରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୪, ନୂଆପଡାରୁ ୨, ସମ୍ବଲପୁରରୁ ୧୭, ସୁନ୍ଦରଗଡରୁ ୧୬ ଓ ରାଜ୍ୟପୁଲରୁ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୫ହଜାର ୭୬୦କୁ ବୃଦ୍ଧି ପାଇଛି ।
Powered by Froala Editor