ଆଜି ରାଜ୍ୟରେ ୭ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । କରୋନା ମୃତକଙ୍କ ସଂଖ୍ୟାରେ ମଧ୍ୟ ସେହି ସମାନ ସ୍ଥିତି ଦେଖିବାକୁ ମିଳିଛି । ଆଜି ରାଜ୍ୟରେ ୧୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୭ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩ଜଣ ରହିଛନ୍ତି । ସେହିପରି ଖୋର୍ଦ୍ଧା, କଟକ, କନ୍ଧାମାଳ, କେନ୍ଦ୍ରାପଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୯ହଜାର ୦୯୮କୁ ବୃଦ୍ଧି ପାଇଛି ।
Powered by Froala Editor