ଭାଙ୍ଗୁଛି କରୋନାର କାୟା, ଆଜି ଦେଶରେ ୫ହଜାର ୯୨୧କରୋନା ପଜିଟିଭ୍
ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଗତ ୨୪ଘଣ୍ଟାରେ ଦେଶରେ ୫ହଜାର ୯୨୧ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୯ଲକ୍ଷ ୫୭ହଜାର ୭୭୪କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୦.୬୩ପ୍ରତିଶତ ରହିଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ୬୩ହଜାର ୮୭୮ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୩ଲକ୍ଷ ୭୮ହଜାର ୭୨୧ରେ ପହଞ୍ଚି ଯାଇଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି
Powered by Froala Editor