ରାଜ୍ୟରେ ଆଉ ୧୨୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ। ହଜାରେ ତଳେ ରହୁଛି ଦେନିକ ସଂକ୍ରମଣ। ଏହି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୮୮୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୨୨୮ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor