ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ
ବିଶ୍ୱ ପ୍ରସିଦ୍ଧ ଭିତରକନିକା ଆଜିଠାରୁ ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ । ଖବର ଅନୁଯାୟୀ, ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି। ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ତେଣୁ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କ ଯିବା ଉପରେ କଟକଣା ଲଗାଯାଇଛି ।
Powered by Froala Editor