ଯୁଦ୍ଧ ବିରତି ଘୋଷଣା କଲା ଋଷିଆ

ୟୁକ୍ରେନ: ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭୟଙ୍କର ରୂପ ଧାରଣ କରିଛି । ୟୁକ୍ରେନ-ରୁଷ ଯୁଦ୍ଧକୁ ନେଇ ସବୁଠି ହା ହା କାର ପରିସ୍ଥିତି । ଏହି ଯୁଦ୍ଧ ପରିସ୍ଥିତିକୁ ନେଇ ସମସ୍ତେ ଭୟଭୀତ ଅବସ୍ଥାରେ ଅଛନ୍ତି । ଚାଲିଥିବା ଏହି ଭୟଙ୍କର ଯୁଦ୍ଧ ୧୨ ଦିନରେ ପହଞ୍ଚିଥିଲେ ବି ଥମିବାର ନାଁ ଧରୁନି । ଦିନ ଯେତେ ବଢୁଛି, ଋଷିଆର ତାଣ୍ଡବ ୟୁକ୍ରେନ ଉପରେ ସେତେ ତୀବ୍ର ହେବାରେ ଲାଗିଛି । ୟୁକ୍ରେନ ଉପରେ ଋଷିଆ କରୁଛି ମିଶାଇଲ ବର୍ଷା । ଜଳୁଛି ୟୁକ୍ରେନ ସହର, ଥରି ଉଠୁଛି ମାଟି । ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହରକୁ ଋଷ ହାତମୁଠାକୁ ନେଉଛି । ତେବେ ୟୁକ୍ରେନବାସୀଙ୍କ ଲଢୁଆ ମନୋଭାବ ଋଷ ସୈନ୍ୟଙ୍କୁ ଅଡୁଆରେ ପକାଇଛି ।
ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି । ପୁଣି ୪ସହର ପାଇଁ ସାମୟିକ ଯୁଦ୍ଧ ବିରତି ଘୋଷଣା କରିଛି ଋଷିଆ । କ୍ୱିଭ, ସୁମି, ମାରିଓପଲ, ଖାରକିଭ୍ରେ ଯୁଦ୍ଧ ବିରତି ଘୋଷଣା ହୋଇଛି । ଭାରତୀୟ ସମୟ ଅନୁସାରେ ୧୨ଟା୩୦ରୁ ଯୁଦ୍ଧ ବିରତି ଘୋଷଣା କରାଯାଇଛି । ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ ଋଷିଆର ଯୁଦ୍ଧ ବିରତି ଘୋଷଣା ହୋଇଥିବା କୁହାଯାଇଛି ।
ଯୁଦ୍ଧର ଦଶମ ଦିନରେ ଋଷିଆ ୬ଘଣ୍ଟା ପାଇଁ ଅସ୍ତ୍ରବିରତି ଘୋଷଣା କରିଥିଲା । ଏହି ସମୟ ମଧ୍ୟରେ ପ୍ରବାସୀ ଛାତ୍ର, ବୟସ୍କ ନାଗରିକ, ଗର୍ଭବତୀ ମହିଳା ଓ ଛୋଟ ପିଲାମାନଙ୍କୁ ଉଦ୍ଧାର କରାଯାଇଥିଲା ।
Powered by Froala Editor