ଆଜି ଦେଶରେ କରୋନା ନେଲା ୬୬ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ ହ୍ରାସ ପାଇବାରେ ଲାଗିଛି । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଆଜି ଦେଶରେ ୪ହଜାର ୩୬୨କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୬୬ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୫ହଜାର ୧୦୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ମୃତୁ୍ୟ ହାର ରହିଛି୧.୩୮ପ୍ରତିଶତ ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୫୪ହଜାର ୧୧୮ । ବର୍ତ୍ତମାନ ସୁଦ୍ଧା ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୩ଲକ୍ଷ ୯୮ହଜାର ୦୯୫ରେ ପହଞ୍ଚି ଯାଇଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି ।
Powered by Froala Editor