ଦମ୍ପତିଙ୍କ ଉପରେ ମାଡ଼ିଗଲା ମିନିଟ୍ରକ୍

ଚାଲି ଚାଲି ରାସ୍ତାରେ ଯାଉଥିବାବେଳେ ମିନିଟ୍ରକ୍ ମାଡି ଯିବାରୁ ଦମ୍ପତିଙ୍କ ମୃତ୍ୟୁ ଘଟିଛି । ଏ ଦୁର୍ଘଟଣା ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ମାଧପୁର ନିକଟରେ । ମୃତ ଦମ୍ପତି ସ୍ଥାନୀୟ ଓଚିନ୍ଦା ତାଜପୁର ଗ୍ରାମର ପ୍ରଫୁଲ୍ଲ ଦାସ ଓ ତାଙ୍କ ପତ୍ନୀ ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ଟ୍ରକଟି ରାସ୍ତା ତଳକୁ ଓଲଟି ପଡିଥିବା ବେଳେ ଗାଡ଼ିର ଚାଳକ ଫେରାର ହୋଇଯାଇଛନ୍ତି।
ପ୍ରଫୁଲ୍ଲ ଓ ତାଙ୍କ ପତ୍ନୀ ଆଜି କୌଣସି କାର୍ଯ୍ୟରେ ଚାଲି ଚାଲି ବ୍ରଜନଗର ଯାଉଥିଲେ। ଏହି ସମୟରେ ସଠୀପୁର-ଯାଜପୁର ଟାଉନ ରାସ୍ତାର ମାଧପୁର ନିକଟରେ ପଛପଟୁ ଆସୁଥିବା ଏକ ମିନି ଟ୍ରକ ଭାରସାମ୍ୟ ହରାଇ ସେମାନଙ୍କୁ ପିଟି ଦେଇଥିଲା। ଘଟଣାସ୍ଥଳର ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା।
ଦୁର୍ଘଟଣା ଘଟାଇଥିବା ଟ୍ରକ୍ଟି ରାସ୍ତା ତଳକୁ ଓଲଟି ପଡ଼ିଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛି। ଦୁର୍ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ।
Powered by Froala Editor