ଶ୍ରୀଜିଉଙ୍କ ବନକଲାଗି ନୀତି ଆଜି

ପୁରୀ : ଆଜି ପବିତ୍ର ଫାଲଗୁନ ଶୁକ୍ଳ ସପ୍ତମୀ। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ବନକ ଲାଗି ବା ଶ୍ରୀମୁଖ ସିଂହାର ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ।
ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୫ ଟା ଠାରୁ ରାତ୍ର ୮ ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
Powered by Froala Editor