ଆଜି ଦେଶରେ କରୋନା ନେଲା ୧୪୫ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ ହ୍ରାସ ପାଇବାରେ ଲାଗିଛି । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି। ଆଜି ଦେଶରେ ୪ହଜାର ୫୭୫କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୪୫ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୫ହଜାର ୩୫୫କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୪୬ହଜାର ୯୬୨ । ଗତ ୨୪ଘଣ୍ଟାରେ ୭ହଜାର ୪୧୬ଜଣ କରୋନାକୁ ମାତ୍ ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୪ଲକ୍ଷ ୧୩ହଜାର ୫୬୬ରେ ପହଞ୍ଚି ଯାଇଛି ।
ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି । ଦେଶରେ ଟିକାକରଣ ସଂଖ୍ୟା ୧୭୯କୋଟି ୩୦ଲକ୍ଷ ଟପିଛି । ସେମାନଙ୍କ ମଧ୍ୟରୁ ୯୧କୋଟି ୧୦ଲକ୍ଷରୁ ଅଧିକ ପ୍ରଥମ ଡୋଜ ଥିବାବେଳେ ୭୭କୋଟି ୪୦ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ରହିଛି ।
Powered by Froala Editor