ରାଜ୍ୟରେ ଆଉ ୮୩ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ, ଗଜପତିରୁ ୮ ଜଣ, ନବରଙ୍ଗପୁରରୁ ୬ ଜଣ, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର, ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, କୋରାପୁଟରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଅନୁଗୁଳ,ବରଗଡ଼, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼,ନୂଆପଡ଼ା ଓ ପୁରୀ ଜିଲ୍ଳାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ୯୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୪୦୨ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor