ରାଜ୍ୟରେ ଆଉ ୮୬ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୨୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୯ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ, ଗଜପତିରୁ ୯ ଜଣ, ବଲାଙ୍ଗୀର,ମୟୂରଭଞ୍ଜର ଓ ନବରଙ୍ଗପୁର ଜିଲ୍ଲାରୁ ୬ ଜଣ ଲେଖାଁଏ,କଟକରୁ ୫ ଜଣ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଯାଜପୁର ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଁଏ, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର,ଝାରସୁଗୁଡ଼ା, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୫୬୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor