ଆଜି ରାଜ୍ୟରେ ୧୦୦କରୋନା ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧ଜଣ ରହିଥିବାବେଳେ ୨୭ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୨ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୩, ବଲାଙ୍ଗୀରରୁ ୧, କଟକରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୟାଗଡରୁ ୧, ନୂଆପଡାରୁ ୧, ପୁରୀରୁ ୧, ସୋନପୁରରୁ ୧, ସୁନ୍ଦରଗଡରୁ ୧ ଓ ରାଜ୍ୟପୁଲରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୬ହଜାର ୬୯୪କୁ ବୃଦ୍ଧି ପାଇଛି ।
Powered by Froala Editor