ରାଜ୍ୟରେ ଆଉ ୧୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୯୫୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୯ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମରୁ ୩୨ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ, ବାଲେଶ୍ବର,ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଁଏ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଳାରୁ ୫ ଜଣ ଲେଖାଁଏ,ବଲାଙ୍ଗୀର, କୋରାପୁଟ ଓ ସମ୍ବଲପୁର ଜିଲ୍ଳାରୁ ୪ ଜଣ ଲେଖାଁଏ, ଜଗତସିଂହପୁରରୁ ୩ ଜଣ, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲ୍ଳାରୁ ୨ ଜଣ ଲେଖାଁଏ, କଟକ, ଦେବଗଡ଼, ଢ଼େଙ୍କାନାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୦୪୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୦୫୭୯୬୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Powered by Froala Editor