ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ହୋଲି ଶୁଭେଚ୍ଛା
ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି । ସବୁ ପର୍ବ ଭିତରେ ଭାରତୀୟଙ୍କ ପାଇଁ ଏହା ଏକ ଲୋକପ୍ରିୟ ପର୍ବ । ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ଖୁବ୍ ଧୁମ୍ଧାମ୍ରେ ପାଳନ କରନ୍ତି । ଗାଁଠୁ ସହର ସବୁଆଡେ ଉଡେ ଅବିର । ଆଉ ମନ ହୋଇଯାଏ ରଙ୍ଗୀନ । ପବିତ୍ର ଦୋଳ ପୂର୍ଣ୍ଣିମା ଓ ହୋଲି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ବିଟ କରି କହିଛନ୍ତି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ ।
ସେହିପରି ହୋଲିର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ସେ କହିଛନ୍ତି ଆନନ୍ଦ, ହର୍ଷ ଓ ଉଲ୍ଲାସର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରି ଦେଉ ଏତିକି କାମନା ବୋଲି କହିଛନ୍ତି ରାଜ୍ୟପାଳ ।
Powered by Froala Editor