ରାଜ୍ୟରେ ଆଉ ୪୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମରୁ ୧୧ଜଣ,କେନ୍ଦ୍ରାପଡ଼ାରୁ ୬ ଜଣ, ଗଜପତି ଓ ଯାଜପୁର ଜିଲ୍ଳାରୁ ୫ ଜଣ ଲେଖାଁଏ, ବାଲେଶ୍ବରରୁ ୪ ଜଣ, କୋରାପୁଟରୁ ୩ ଜଣ,ଅନୁଗୁଳ, ଝାରସୁଗୁଡ଼ା, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୩୫୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor