ରାଜ୍ୟରେ ଆଉ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ୯ ଜଣ, ଯାଜପୁରରୁ ୭ଜଣ, କୋରାପୁଟରୁ ୬ ଜଣ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୪ ଜଣ ଲେଖାଁଏ, ବୌଦ୍ଧରୁ ୩ ଜଣ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଗଞ୍ଜାମ,କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୦୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୪୨୪ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor