ବିପିନ ରାୱତଙ୍କୁ ମରଣୋତ୍ତର ‘ପଦ୍ମ ବିଭୂଷଣ’, ୭ ଓଡ଼ିଆଙ୍କୁ ପଦ୍ମ ପୁରସ୍କାର
ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବ୍ୟକ୍ତିମାନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ଗତ ବର୍ଷ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦେଶର ପ୍ରଥମ ସିଡିଏସ ଜେନେରାଲ ବିପିନ ରାଓ୍ବତଙ୍କୁ ମରଣୋତ୍ତର ଭାବେ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି । ଦିବଙ୍ଗତ ସିଡିଏସ ବିପିନ ରାୱତଙ୍କ ଦୁଇ ଝିଅ କୃତିକା ଏବଂ ତାରିଣୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଗତ ଡିସେମ୍ୱର 8 ତାରିଖରେ ତାମିଲନାଡୁରେ ଏକ ବିମାନ ଦୁର୍ଘଟଣାରେ ସିଡିଏସ ବିପିନ ରାୱତ ପ୍ରାଣ ହରାଇଥିଲେ ।
ଏହାସହ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ପଦ୍ମ ଭୁଷଣ ପୁରସ୍କାର ଗ୍ରହଣ କରିଛନ୍ତି । ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ଦେବେନ୍ଦ୍ର ଝାଝାରିଆଙ୍କୁ ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ସେରମ ଇନଷ୍ଟିଚ୍ୟୁଟର ଏମଡି ସାଇରସ୍ ପୁନାଓ୍ବାଲା ମଧ୍ୟ ପଦ୍ମ ଭୁଷଣ ପୁରସ୍କାର ଗ୍ରହଣ କରିଛନ୍ତି ।
ବିଭିନ୍ନ କ୍ଷେତ୍ରରେ ସଫଳତା ଲାଭ କରିଥିବା ଓଡ଼ିଶାର ୭ ଜଣ ପରିଚିତ ବ୍ୟକ୍ତିତ୍ବଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି । ବିଶିଷ୍ଟ ସାହିତ୍ୟିକ ଡ. ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ପ୍ରଦାନ କରାଯାଇଛି । କ୍ରୀଡ଼ାବିତ ପ୍ରମୋଦ ଭଗତ (କ୍ରୀଡ଼ା), ଶ୍ରୀମଦ ବାବା ବଳିଆ (ସମାଜ ସେବା), ଆଦିତ୍ୟ ପ୍ରସାଦ ଦାସ (ବିଜ୍ଞାନ ଓ ଇଂଜିନିୟରିଂ), ଶ୍ୟାମାମଣି ଦେବୀ ( କଳା) ଓ ନୃସିଂହ ପ୍ରସାଦ ଗୁରୁ (ସାହିତ୍ୟ ଓ ଶିକ୍ଷା)ଙ୍କୁ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଛନ୍ତି । ଗତ ବର୍ଷ କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଓଡ଼ିଆ ଆଇଏଏସ ଅଧିକାରୀ ଗୁରୁପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ଭାବେ ପଦ୍ମଶ୍ରୀ ପୁରସ୍କାର ଦିଆଯାଇଛି ।
Powered by Froala Editor