ଆଜି ଦେଶରେ ୨ହଜାର ୫୮୧କରୋନା ପଜିଟିଭ୍
ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଗତ ୨୪ଘଣ୍ଟାରେ ଦେଶରେ ୨ହଜାର୫୮୧ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ୩୩ଜଣଙ୍କ ମୃତୁ୍ୟ ହୋଇଛି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୩୦ଲକ୍ଷ ୧୦ହଜାର ୯୨୨କୁ ବୃଦ୍ଧି ପାଇଛି ଓ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୬ହଜାର ୫୧୨କୁ ବୃଦ୍ଧି ପାଇଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୩୦ହଜାର ତଳେ ରହିଛି । ଦେଶରେ ସକ୍ରିୟ ମାମଲା ୨୩ହଜାର ୯୧୩ରହିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୪ଲକ୍ଷ ୭୦ହଜାର ୫୧୫ରେ ପହଞ୍ଚି ଯାଇଛି ।
Powered by Froala Editor