ପୁଣି ବଢିଲା ପେଟ୍ରୋଲ ଡିଜେଲ ଦାମ୍, ଜାଣନ୍ତୁ କେଉଁଠି କେତେ

ନୂଆଦିଲ୍ଲୀ: ପୁଣି ମହଙ୍ଗା ମାଡ, ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଗତକାଲି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଥିଲା । ଆଜି ଲିଟର ପିଛା ୭୫ରୁ ୮୫ ପଇସା ପର୍ଯ୍ୟନ୍ତ ବଢ଼ିଛି ତେଲ ଦର । ରାଜଧାନୀ ଦିଲ୍ଲୀରେ ୮୦ ଓ ମୁମ୍ବାଇରେ ୮୫ ପଇସା ତୈଳ ଦର ବୃଦ୍ଧି ପାଇଛି । ସେହିପରି ଚେନ୍ନାଇରେ ପେଟ୍ରୋଲ ୭୫ ଓ ଡିଜେଲ୍ ୭୬ ପଇସା ବଢ଼ିଛି । କୋଲକାତାରେ ପେଟ୍ରୋଲ ୮୩ ଓ ଡିଜେଲ୍ ୮୦ ପଇସା ବଢିଥିବା ସୂଚନା ମିଳିଛି । ଗତକାଲି ୧୩୭ ଦିନ ପରେ ପେଟ୍ରୋଲ, ଡିଜେଲ୍ ଓ ଗ୍ୟାସ ଦର ବୃଦ୍ଧି ପାଇଛି ।
ଦର ବୃଦ୍ଧି ପରେ ଭୁବନେଶ୍ୱରରେ ପେଟ୍ରୋଲ ୯୬ ପଇସା ବୃଦ୍ଧି ପାଇ ଲିଟର ପ୍ରତି ୧୦୨ ଟଙ୍କା ୭୪ ପଇସା ହୋଇଛି । ସେହିପରି ଡିଜେଲ ଦର ୯୧ ପଇସା ବୃଦ୍ଧି ପାଇ ୯୨.୫୪ ଟଙ୍କା ହୋଇଛି । ସେହିପରି କେନ୍ଦ୍ର ସରକାର ଏଲ୍ପିଜି ସିଲିଣ୍ଡର ଦାମ୍ରେ ମଧ୍ୟ ୫୦ ଟଙ୍କା ବୃଦ୍ଧି କରିଛନ୍ତି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସହରରେ ୧୪.୨ କେଜିଆ ଏଲ୍ପିଜି ସିଲିଣ୍ଡର ଦାମ୍ ୧,୦୦୦ ଟଙ୍କାରୁ ଅଧିକ ହୋଇଛି ।
ଅନ୍ତର୍ଜାତିକ ବଜାରରେ ଏବେ ଆଶୋଧିତ ତେଳ ଦର ୧୧୩ ଡଲାର ପାଖାପାଖି ରହିଛି । ଏହା ବ୍ୟତୀତ ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ୭୬-୭୭ ଟଙ୍କା ସ୍ତର ରହିଛି । ଏହି କାରଣରୁ କଂପାନିଗୁଡିକ ଗ୍ୟାସ ଦର ବଢାଇଛନ୍ତି ।
Powered by Froala Editor