ମାର୍ଚ୍ଚ ୨୮ରୁ ଖୋଲିବ ଅଙ୍ଗନବାଡ଼ି, ଟିକା ନେଇନଥିଲେ ଅଙ୍ଗନବାଡି କର୍ମୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ରାଜ୍ୟରେ ମାର୍ଚ୍ଚ ୨୮ ତାରିଖରୁ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର। ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ରାଜ୍ୟ ସରକାର ଏସଓପି ଜାରି କରିଛନ୍ତି । ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଯାଏଁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ଏସଓପିରେ କୁହାଯାଇଛି। ଏନେଇ ଆଇସିଡିଏସ୍ ନିର୍ଦ୍ଦେଶକ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।
ଯଦି କୌଣସି ଠାରେ ଅସୁବିଧା ଥାଏ, ତାହାହେଲେ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବ। ସବୁ ଅଙ୍ଗନବାଡି କର୍ମୀ ସମ୍ପୂର୍ଣ୍ଣ କୋଭିଡ୍ ଟିକା ନେବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଉଦ୍ଦେଶ୍ୟମୂଳକ ଭାବେ ଟିକା ନେଇ ନଥାନ୍ତି, ତାହାହେଲେ କାର୍ଯ୍ୟାନୁଷ୍ଠାନ ହେବ।
ମହାମାରୀ କରୋନା ପାଇଁ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ରହିଥିଲା ଅଙ୍ଗନବାଡ଼ି କେନ୍ଦ୍ର। କିନ୍ତୁ ରାଜ୍ୟ ସରକାର ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ଅଙ୍ଗନବାଡ଼ି କର୍ମୀଙ୍କ ମାଧ୍ୟମରେ ଯୋଗାଇ ଦେଉଥିଲେ । ଏବେ କରୋନାର କୋପ କମିବା ପରେ ରାଜ୍ୟ ସରକାର ପ୍ରଥମେ ପ୍ରାଥମିକ ସ୍କୁଲ ଖୋଲିଛି। ତା’ପରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।
Powered by Froala Editor