ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ୍, ସୁରକ୍ଷା ଯାଞ୍ଚ କଲେ ଡିଜିପି

ଆସନ୍ତା ୨୫ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ବସିବାକୁ ଯାଉଛି । ଏହା ପୂର୍ବରୁ ରାଜ୍ୟ ପୁଲିସ ଡିଜି ସୁନିଲ ବଂଶଲ ସୁରକ୍ଷା ସମୀକ୍ଷା କରିଛନ୍ତି। ପ୍ରଥମ ଦିନରେ ରାଜ୍ୟପାଳ ବିଧାନସଭା ଆସିବାକୁ ଥିବାରୁ ତାଙ୍କ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଲି, ଧାରଣା ଏବଂ ବିକ୍ଷୋଭ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି। ବିଧାନସଭାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ କରାଯାଇଛି। କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତି ନିଜ ଆଇଡି ଦେଖାଇ ଯାଇପାରିବେ। ଟ୍ରାଫିକ ମ୍ୟାନେଜମେଣ୍ଟ ପାଇଁ ଡିସିପି ଟ୍ରାଫିକଙ୍କୁ ଦାୟିତ୍ୱ ଦିଆଯାଇଛି।
ଏହା ବାଦ୍ ବିଧାନସଭା ବାହାର ଓ ଭିତର ବୁଲି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ଡିଜିପି । ସବୁ ଅଧିବେଶନ ଭଳି ଏଥର ମଧ୍ୟ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଡିସିପିଙ୍କ ନେତୃତ୍ୱରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ । ୬ ଜଣ ଅତିରିକ୍ତ ଡିସିପି, ୧୧ ଜଣ ଏସପି, ୧୩ ଜଣ ଇନ୍ସପେକ୍ଟର ଏବଂ ୬୨ ଜଣ ଅଫିସର ସୁରକ୍ଷା ଦାୟିତ୍ୱରେ ରହିବେ । ହଠାତ କୌଣସି ଅଘଟଣ ପାଇଁ ଦୁଇଟି ସ୍ପେଶାଲ ଟାଟିକାଲ ୟୁନିଟ ମୁତୟନ ରହିବେ।
Powered by Froala Editor