ଦୀର୍ଘ ଦିନ ପରେ ବିଧାନସଭା ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାର ବଜେଟ ଅଧିବେଶନ ଆଜି ଆରମ୍ଭ ହେବ । ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୬ଟି କାର୍ଯ୍ୟଦିବସ ରହିଛି । ୩୦ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ । ମାଚ୍ଚର୍୍ ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଂଜୁରି ବିଲ୍ ପାରିତ ହେବ ।
ବିଧାନସଭା ଅଧିବେଶନର ପ୍ରଥମ ଦିନ ଅର୍ଥାତ ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ପ୍ରଫେସର ତାଙ୍କ ଅଭିଭାଷଣ ରଖିବେ । ତାହାପରେ ବିଧାନସଭାର ସଦସ୍ୟ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ସହ ୯ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କ ପାଇଁ ପ୍ରସ୍ତାବ ଆଗତ ହେବ । ଗୃହ ମୁଲତବୀ ରହି ପୁଣି ୪ଟାରେ ଆରମ୍ଭ ହେବ । ୨୫, ୨୬ ଓ ୨୮ ତାରିଖ ତିନି ଦିନ ଧରି ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ । ସଂପୂର୍ଣ୍ଣ କୋଭିଡ୍ କଟକଣାରେ ଗୃହକାର୍ଯ୍ୟ ହେବ ।
ତେବେ ବିଧାନସଭାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ଯୋଗୁଁ ଦୀର୍ଘ ଦିନ ହେଲା ମୁଖ୍ୟମନ୍ତ୍ରୀ ବିଧାନସଭା ଆସୁନଥିଲେ । କୋଭିଡ୍ ପରଠୁଁ ଭର୍ଚୁଆଲ ମୋଡରେ ଉପସ୍ଥିତ ରହୁଥିଲେ ନବୀନ । ତେବେ କୋଭିଡ୍ ସଂକ୍ରମଣ ନିୟନ୍ତ୍ରଣରେ ଥିବାରୁ ପ୍ରାୟ ଦୁଇବର୍ଷ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଆସି ଅଧିବେଶନରେ ଯୋଗ ଦେଇଛନ୍ତି ।
Powered by Froala Editor