ଆଜି ରାଜ୍ୟରେ ୪୩ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ । ଗତ ୨୪ଘଣ୍ଟାରେ ରାଜ୍ୟରେ ୪୩କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୬ଜଣ ରହିଥିବାବେଳେ ୧୭ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୩ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧, ବୌଦ୍ଧରୁ ୨, କଟକରୁ ୧, ଗଜପତିରୁ ୬, ଗଞ୍ଜାମରୁ ୨, ଯାଜପୁରରୁ ୩, ଝାରସୁଗୁଡାରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୭, ଖୋର୍ଦ୍ଧାରୁ ୫, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ନୂଆପଡାରୁ ୧, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୪ ଓ ରାଜ୍ୟପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୭ହଜାର ୪୨୧କୁ ବୃଦ୍ଧି ପାଇଛି ।
Powered by Froala Editor