କରୋନା ନେଲା ପୁଣି ୫ ଜୀବନ
ଭୁବନେଶ୍ୱର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ରାଜ୍ୟରେ ପୁଣି ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୭୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୭୧ ହଜାର ୫୩୬ଜଣ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୯ ହଜାର ୪୫୩ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୯୭ ହଜାର ୫୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୭୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
Powered by Froala Editor