ଦେଶରେ କରୋନା ନେଲା ୩୪୧୭ ଜୀବନ

ନୂଆଦିଲ୍ଲୀ:ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩.୬ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୪୧୭ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮,୧୪୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୪୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୧,୯୯,୨୫,୬୦୪ ଓ ମୃତ୍ୟୁସଂଖ୍ୟା ୨, ୧୮,୯୫୯ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୦୦,୭୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧୬, ୨୯,୩୦୦୩ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୪,୧୩,୬୪୨।
Powered by Froala Editor