ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ତଳ ମୁହାଁ ରହିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲାଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣକ ପୁରୀ ଜିଲ୍ଲା ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୯୨୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor