ରାଜ୍ୟରେ ୩୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୫୪୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୭ ଜଣ, ଗଜପତିରୁ ୬ ଜଣ, କୋରାପୁଟରୁ ୪ ଜଣ, ଖୋର୍ଦ୍ଧା, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, କଟକ, ଢ଼େଙ୍କାନାଳ, ଗଞ୍ଜାମ, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୯୭୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor