ରାଜ୍ୟରେ ୩୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୪୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଁଏ, ସମ୍ବଲପୁରରୁ ୪ ଜଣ, ବଲାଙ୍ଗୀର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ,ବାଲେଶ୍ବର ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଁଏ,ବରଗଡ଼, ଯାଜପୁର,ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୦୮୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor