ଅଥୟ କରୁଛି ତାତି, ୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ
ଭୁବନେଶ୍ୱର: ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଅଥୟ କରୁଛି ତାତି । ଆସନ୍ତା ୩ରୁ ୪ ଦିନ ପର୍ୟ୍ୟନ୍ତ ତାପମାତ୍ରା ଆହୁରି ବଢ଼ିବ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଓ କାଲି ପ୍ରବଳ ଖରା ପାଇଁ ୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି ।
ବିଶେଷକରି ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼ରେ ତାତି ଅଧିକା ରହିବ । ତେବେ ଏପ୍ରିଲ ୩ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏପ୍ରିଲ ୨ ତାରିଖ ପରେ ରାଜ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ । ଏହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ।
Powered by Froala Editor