ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଭୁବନେଶ୍ବର: ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ଶ୍ରୀମନ୍ଦିର ସହ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ ବୀର ବିକ୍ରମ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କ୍ରିଷନ କୁମାର ଡେପୁଟେସନରେ ଯିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦ ଫାଙ୍କା ପଡିଥିଲା । ଶ୍ରୀମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟ ଚାଲିଥିବାବେଳେ ଏବେ ଦାୟିତ୍ୱ ତୁଲାଇବେ ବୀର ବିକ୍ରମ ଯାଦବ ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ମିଳିଛି । ପୂର୍ବରୁ ତାଙ୍କୁ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି ।
Powered by Froala Editor