ରାଜ୍ୟରେ ଆଉ ୩୬ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୬ ଜଣ ରହିଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୨ , ବଲାଙ୍ଗୀରରୁ ୧, ଦେବଗଡରୁ ୧, ଗଜପତିରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୨, କେନ୍ଦ୍ରପଡାରୁ ୩ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ ୫ ,ସମ୍ବଲପୁରରୁ ୪ ଜଣ ଓ ସୁନ୍ଦରଗଡରୁ ୯ଜଣ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor