ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୧ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୪୨ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତ ମଧ୍ୟରୁ ଯାଜପୁର ୨ ଜଣ ଏବଂ ବାଲେଶ୍ବର, ବଲାଙ୍ଗୀର ଓ ସମ୍ବଲପୁର ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୭୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor