ଦେଶରେ ୧୦୮୬ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢିଲା ସଂକ୍ରମଣ । ଦୀର୍ଘ ଦିନ ପରେ ମଙ୍ଗଳବାର ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ତଳକୁ ଖସିଥିବା ବେଳେ ଆଜି ପୁଣିଥରେ ଏହି ସଂଖ୍ୟା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୧,୦୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ମୃତ୍ୟୁସଂଖ୍ୟା ମଧ୍ୟ ଅଧିକ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଓ ୧,୧୯୮ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଏବେ ମୋଟ ୧୧,୮୭୧ ଜଣ ସଂକ୍ରମିତ ରହିଛନ୍ତି । ଏହି କ୍ରମରେ ଦେଶରେ ଦୈନିକ ପଜିଟିଭ ହାର ୦.୨୩% ରହିଛି । ଏଯାବତ୍ ଭାରତରେ ମୋଟ ୪,୨୪,୯୭,୫୬୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୧,୪୮୭ ଜଣ କୋରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ଦେଶବ୍ୟାପୀ ସମୁଦାୟ ୧୮୫.୦୪ କୋଟି ଡୋଜ୍ ଟୀକାକରଣ କରାଯାଇଛି ।
Powered by Froala Editor