ରାଜ୍ୟରେ ୨୮ କୋଭିଡ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୦୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ ଜିଲ୍ଲାରୁ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, ସମ୍ବଲପୁରରୁ ୪ ଜଣ, ମୟୂରଭଞ୍ଜରୁ ୩ ଜଣ, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗଳ, ବାଲେଶ୍ବର, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୪୧୯୮ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor