ହୋଟେଲ ତିନି ମହଲା ଉପରୁ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ସମୁଦ୍ରକୂଳରେ ଥିବା ଏକ ହୋଟେଲର ତିନି ମହଲା ଉପରୁ ପଡ଼ି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ବରଣ କରିଥିବା ପର୍ଯ୍ୟଟକଙ୍କ ନାଁ ଚୟନ ସରକାର । ତାଙ୍କ ଘର ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଅଞ୍ଚଳରେ । ଚୟନ ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସି ସମୂଦ୍ରକୂଳରେ ଏକ ହୋଟେଲରେ ରହୁଥିଲେ। ଗତକାଲି ଦିନ ପ୍ରାୟ ୨ଟା ସମୟରେ ହୋଟେଲର ତିନି ମହଲା ଉପରୁ ସେ ଖସି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଚୟନଙ୍କ ମୃତ୍ୟୁ ଘଟଣାରେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଅନ୍ୟପକ୍ଷରେ ଚୟନଙ୍କ ସାଙ୍ଗରେ ଆସିଥିବା ତାଙ୍କୁ ସାଙ୍ଗମାନେ ଏବେ ଫେରାର ହୋଇଯାଇଛନ୍ତି ।
Powered by Froala Editor