ରାଜ୍ୟରେ ଆଉ ୮ ଜଣ କରୋନା ପଜିଟିଭ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୧ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୪୨ ଜଣ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଓଡ଼ିଶାରୁ ୨୫ ଜଣରେ କରୋନା ମୁକ୍ତ ହୋଇଥିବା ବେଳେ ୫ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଳାରୁ ୨ ଜଣ ଲେଖାଁଏ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୧୬ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor