ରାଜ୍ୟରେ ଆଉ ୧୨ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ। ୧୫ ତଳକୁ ଖସିଲା ଦୈନିକ ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୪ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୫୪ ଜଣ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୫ ଜଣ, ସମ୍ବଲପୁରରୁ ୪ ଜଣ, ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୩୬ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor