ଖାଲି ପେଟରେ ଖାଆନ୍ତୁ ଏହି ଖାଦ୍ୟ, ମିଳିବ ଲାଭ

ଠିକ୍? ସମୟରେ ଠିକ ଭାବେ ଉପଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏହା ଆମ ଶରୀର ପାଇଁ ଲାଭଦାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଖାଲି ପେଟରେ କେଉଁ ଖାଦ୍ୟ ଖାଇଲେ, ଏହା ଆମ ଶରୀର ପାଇଁ ହିତକାରକ ।
ରୁଟି –
ଅଟାରେ ରୁଟି ପ୍ରସ୍ତୁତ ହୋଇଥିବାରୁ ଏହାକୁ ମଧ୍ୟ ଖାଲି ପେଟରେ ଖାଇ ପାରିବେ । ଏହା ଦ୍ୱାରା ଶରୀର ସୁସ୍ଥ ରହିବା ସହ ହଜମ କ୍ରିୟାକୁ ମଧ୍ୟ ସଠିକ୍? ରଖିଥାଏ । ମାତ୍ର ଖାଲି ପେଟରେ ମଇଦାରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ ନାହିଁ ।
କାଜୁ, ପେସ୍ତା ବାଦାମ, ବାଦାମ –
ଏହାକୁ ରାତିରେ ପାଣିରେ ଭିଜାଇ ସକାଳେ ଖାଲି ପେଟରେ ଖାଇବା ଦ୍ୱାରା ମଧ୍ୟ ଶରୀରକୁ ବହୁ ଉପକାର ମିଳିଥାଏ । ଏହା ଦ୍ୱାରା ଆମର ସ୍ମରଣ ଶକ୍ତି ମଧ୍ୟ ବୃଦ୍ଧି ହୋଇଥାଏ ।
ଗଜାମୁଗ ବା ଗଜାବୁଟ –
ଏଥିରେ ଅଧିକ ପରିମାଣରେ ପ୍ରୋଟିନ, କ୍ୟାଲସିୟମ ଆଦି ରହିଛି । ଏହାକୁ ସକାଳେ ଦାନ୍ତ ଘଷିବା ପରେ ଖାଲି ପେଟରେ ଖାଇବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଅଟେ । ଏହା ହାଡକୁ ସୁସ୍ଥ ରଖେ ଓ ହାଡ ଜନିତ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ ।
ବ୍ରାଉନ ବ୍ରେଡ –
ଏହା ଅଟାରେ ପ୍ରସ୍ତୁତ ହୋଇଥିବାରୁ , ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ଶରୀରକୁ ବହୁ ଭିଟାମିନ ଯୋଗାଇଥାଏ ।
ମହୁ –
ଖାଲି ପେଟରେ ଏକ ଗ୍ଲାସରେ ପାଣିରେ ଏକ ଚାମଚ ମହୁ ମିଶାଇ ପିଇଲେ ଏହା ଆମ ଶରୀରର ଖୁବ୍? ଉପକାର କରିଥାଏ । ଥଣ୍ଡା କାଶ ଜନିତ ସମସ୍ୟା ଦୂର ହୋଇଥାଏ । ଏକ ଗ୍ଲାସ ପାଣିରେ ସାମାନ୍ୟ ଲେମ୍ବୁ ସହ ମହୁ ମିଶାଇ ପିଇବା ଦ୍ୱାରା ମୋଟାପଣ ମଧ୍ୟ ଦୂର ହୋଇଥାଏ ।
ତରଭୁଜ –
ଏଥିରେ ଅଧିକ ଜଳୀୟଅଂଶ ଥାଏ । ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ପେଟକୁ ଥଣ୍ଡା ରଖିଥାଏ ଓ ଶରୀରକୁ ସୁସ୍ଥ ରଖିବା ସହ ବିଭିନ୍ନ ରୋଗରୁ ରକ୍ଷା କରିଥାଏ ।
Powered by Froala Editor