ରାଜ୍ୟରେ ଆଉ ୧୪ ଜଣ କରୋନା ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୭୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୭ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଦେବଗଡ଼, ଗଜପତି ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୬୯ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor