ରାଜ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୮୫ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ଗଜପତି,କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୮୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୮୮ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor