କଂଗ୍ରେସର ହାତ ଧରିପାରନ୍ତି ପ୍ରଶାନ୍ତ କିଶୋର
କଂଗ୍ରେସରେ ଯୋଗ ଦେବେ କି ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର। ପ୍ରଶାନ୍ତ କିଶୋର ଆଜି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି, ସାଂସଦ ରାହୁଲ ଗାନ୍ଧି ଓ ବରିଷ୍ଠ ନେତା କେ. ବେଣୁଗୋପାଳଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ପରେ ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି ।
କଂଗ୍ରେସର ନିର୍ବାଚନୀ ପରାଜୟ ପରେ ପ୍ରଶାନ୍ତ କିଶୋର ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ସମେତ ଅନ୍ୟ କିଛି ରାଜ୍ୟରେ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ କଂଗ୍ରେସ ନେତୃବୃନ୍ଦଙ୍କ ସହ ନିକଟରେ ଆଲୋଚନା ଆରମ୍ଭ କରିଥିଲେ ପ୍ରଶାନ୍ତ କିଶୋର । ପୂର୍ବରୁ ମଧ୍ୟ ପ୍ରଶାନ୍ତ କିଶୋର ଓ କଂଗ୍ରେସ ମଧ୍ୟରେ ଆଲୋଚନା ହୋଇଥିଲା । କିନ୍ତୁ ଏହା ବିଫଳ ହୋଇଥିଲା । ଏ ବର୍ଷ ଶେଷ ଆଡ଼କୁ ଗୁଜୁରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋର ପ୍ରଥମେ ଫୋକସ କରିବା ଦରକାର ବୋଲି କଂଗ୍ରେସ ଚାହୁଁଥିବା ଜଣାପଡ଼ିଛି ।
ବିଶେଷ ସୂତ୍ରରୁ ଜଣାପଡ଼ିଛି ଯେ, ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗ ଦେଇପାରନ୍ତି। ତାଙ୍କୁ ନିର୍ବାଚନ ରଣନୀତିଜ୍ଞ ଭାବରେ ଅଣାଯିବ ନାହିଁ ବରଂ ତାଙ୍କୁ ଦଳର ଜଣେ ସଦସ୍ୟ ଭାବେ ଯୋଗଦେବାକୁ କୁହାଯାଇଛି। ତାଙ୍କୁ ଜଣେ ବରିଷ୍ଠ ନେତା ଭାବରେ କାର୍ଯ୍ୟ କରିବାକୁ ପ୍ରସ୍ତାବ ଦିଆଯାଇଛି।
Powered by Froala Editor